ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ସ୍ଥିତ ଶ୍ୟାମସୁନ୍ଦର ଏକଲବ୍ୟ ମୋଡେଲ ଆବାସିକ ବିଦ୍ୟାଳୟରେ ଉତ୍ତେଜନା। ନିମ୍ନମାନର ଖାଦ୍ୟପେୟ, ଅଧ୍ୟକ୍ଷଙ୍କ କଟୁ ବ୍ୟବହାର ଏବଂ ସଠିକ୍ ସମୟରେ ପୋଷାକ ଓ ଅନ୍ୟାନ୍ୟ ସାମଗ୍ରୀ ନମିଳିବା ଅଭିଯୋଗରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶହ ଶହ ଛାତ୍ରଛାତ୍ରୀ ।  ବିଦ୍ୟାଳୟ ପରିସର ଛାଡ଼ି ଛାତ୍ରଛାତ୍ରୀମାନେ  ୪୯ ନମ୍ବର ଜାତୀୟ ରାଜପଥ ବାଙ୍ଗିରିପୋଷି କୋଲକାତା ଛକ ନିକଟରେ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି । ସେମାନଙ୍କ ଅଭିଯୋଗ ଅନୁଯାୟୀ, ଦୀର୍ଘ ଦିନ ହେବ ସେମାନଙ୍କୁ ଗୁଣାତ୍ମକ ମାନର ଖାଦ୍ୟ ଦିଆଯାଉନାହିଁ ।  ଏନେଇ ପ୍ରତିବାଦ କଲେ ବିଦ୍ୟାଳୟର ଅଧ୍ୟକ୍ଷ ସେମାନଙ୍କ ସହ ଦୁର୍ବ୍ୟବହାର କରୁଛନ୍ତି ।

ସେହିପରି ସଠିକ୍ ସମୟରେ ବିଦ୍ୟାଳୟର ପୋଷାକ ଏବଂ ଆବଶ୍ୟକୀୟ ପାଠପଢ଼ା ସାମଗ୍ରୀ ଯୋଗାଇ ଦିଆଯାଉ ନଥିବାରୁ କୋମଳମତି ଛାତ୍ରଛାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାରମ୍ବାର କହିବା ସତ୍ତ୍ୱେ କୌଣସି ସୁଫଳ ନମିଳିବାରୁ ଶେଷରେ ବାଧ୍ୟ ହୋଇ ସେମାନେ ରାଜରାସ୍ତାକୁ ଓହ୍ଲାଇଥିବା ପ୍ରକାଶ କରିଛନ୍ତି । ଖବର ପାଇ ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା ଜାରି ରଖିଛି ।  ତେବେ ଅଧ୍ୟକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ସମସ୍ୟାର ସ୍ଥାୟୀ ସମାଧାନ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଛାତ୍ରଛାତ୍ରୀମାନେ ଅଡ଼ି ବସିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ