୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି । ଫଳରେ ସକାଳେ ଖରାତାତି ସହ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ଝଡ଼ବର୍ଷା ଆରମ୍ଭ ହୋଇଯାଉଛି।  ରବିବାର ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିୟମିତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଅନ୍ୟପକ୍ଷରେ ଆଗକୁ ଦୁର୍ଗାପୂଜା ଥିବାବେଳେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଥାଇଲାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ୧୧ ତାରିଖ ବେଳକୁ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବ । ଏହା ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ୱ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି, ଟ୍ରଫ୍‌ ଲାଇନ ବା ପୂର୍ୱ ପଟୁ ପବନ ପ୍ରବାହ ଯୋଗୁ ୧୩ ତାରିଖରୁ ଓଡ଼ିଶାରେ ପାଗ ବଦଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ 🔴 ନେପାଳରେ ପୁଣି ଭୟଙ୍କର ବନ୍ୟା, ଭାସିଗଲା ଅନେକ ଘର 🔴 ରୋଷେଇ ବେଳେ ଫାଟିଲା ଗ୍ୟାସ ଟାଙ୍କି, ଶିଶୁ କନ୍ୟାର ମୃତ୍ୟୁ 🔴 ଆଜି ପୁଣି ଜୋରଦାର ହୋଇପାରେ CJP ଆନ୍ଦୋଳନ 🔴 ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ 🔴 ଏକଲବ୍ୟ ବିଦ୍ୟାଳୟରେ ଅଶାନ୍ତି, ପ୍ରତିବାଦରେ ରାଜରାସ୍ତାରେ ଛାତ୍ରଛାତ୍ରୀ 🔴 ଝଡ଼ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି 🔴 ମିଳିଲାନି ମହାପ୍ରୟାଣ ସେବା, ରାସନ କାର୍ଡ ବନ୍ଧକ ରଖି ମୃତଦେହ ନେଲେ ପରିବାର 🔴 ଭୂକମ୍ପରେ ଥରିଲା ପାନାମା 🔴 ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ସମ୍ଭାବନା 🔴 କଲେଜ ନିର୍ବାଚନ ଆଜି ପ୍ରାର୍ଥିପତ୍ର ଦାଖଲ