ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ । ଗୁରୁବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଇଏମଡି ଆକଳନ କରିଛି । ୧୫ ତାରିଖ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ହାଲୁକା ବର୍ଷା ହେବ । ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ସମେତ ଉପକୂଳ ଓଡ଼ିଶାର କାଁ ଭାଁ ସ୍ଥାନରେ ବର୍ଷା ହୋଇପାରେ । ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
Next Post
ଆଗକୁ ପଢନ୍ତୁ