୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଆସୁଛି ଲଘୁଚାପ । ଆଜି ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ।  ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ବାତ୍ୟା ‘ଅର୍ଣ୍ଣବ’ କ୍ରମଶଃ ଶକ୍ତି ହରାଇ ଦୁର୍ବଳ ହେଉଛି । ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଏବେ ଗଭୀର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଗଭୀର ଅବପାତ ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ଜାରି ରହିବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଜାରି ରହିଛି । ଅତି ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।  ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, କନ୍ଧମାଳ ଓ  ଗଞ୍ଜାମ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ପବନର ବେଗ ମଧ୍ୟ ଘଣ୍ଟା ପ୍ରତି ୬୦ରୁ ୯୦ କିଲୋମିଟର ରହିବା ସମ୍ଭାବନା ଥିବାରୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି  । ସେହିପରି ୧୦ରୁ ଅଧିକ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କ୍ରମାଗତ ବର୍ଷା ଯୋଗୁଁ ତଳିଆ ଅଞ୍ଚଳଗୁଡ଼ିକରେ ଜଳବନ୍ଦୀ ସମସ୍ୟା ଓ ବନ୍ୟା ପରିସ୍ଥିତି ଆଶଙ୍କା ରହିଥିବାରୁ ସତର୍କ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’