ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା  । ଗଞ୍ଜାମ,  ଗଜପତି, ରାୟଗଡ଼ା, କୋରାପୁଟ,  ମାଲକାନଗିରିର ଗୋଟିଏ ଦୁଇଟି  ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା  ।  ଏସବୁ ଜିଲ୍ଲା ସମେତ ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ର ଗୋଟିଏ ଦୁଇଟି ଜାଗାରେ  ଘଣ୍ଟା ପ୍ରତି ୪୦-୫୦ କିମି ବେଗରେ  ପବନ ରହିପାରେ । ଝଟକା ପବନ  ୬୦ କିମି ଛୁଇଁପାରେ । ଉପକୂଳ ଓ  ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବଜ୍ରପାତ  ସାଙ୍ଗକୁ ୩୦-୪୦ ପବନ ଏବଂ ଝଟକା  ପବନ ୫୦ କିମି ରହିପାରେ ।

ବୁଧବାର ଘଡ଼ଘଡ଼ି ସହ ରାଜ୍ୟର  ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ  ବର୍ଷା ହୋଇପାରେ । କୋରାପୁଟ ଓ  ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା  ସମ୍ଭାବନା । ପବନ ୪୦-୫୦ କିମି ରହିପାରେ । ଝଟକା ପବନ ୬୦ କିମି  ବେଗରେ ହୋଇପାରେ । ଦକ୍ଷିଣ ଓଡ଼ିଶାର  ଆଉ କିଛି ଜିଲ୍ଲା ଏବଂ ଉପକୂଳ ଜିଲ୍ଲାଗୁଡ଼ିକରେ  ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ  ପବନ ପ୍ରବାହିତ ହେବା ଆଶଙ୍କା ଅଛି । ୫  ତାରିଖରୁ ବିଶେଷ ବର୍ଷା ନାହିଁ । କାଁ ଭାଁ ବର୍ଷା  ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ  ୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ  ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୩ ଦିନ  ପରେ ରାଜ୍ୟରେ ରାତି ତାପମାତ୍ରା ୨ରୁ ୩  ଡିଗ୍ରୀ ସେଲସିୟସ୍‌ କମିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା 🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ 🔴 ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ରାଜ୍ୟର ଅନେକ ସ୍ଥାନରେ  ବର୍ଷା ସମ୍ଭାବନା 🔴 ଖୋଲିଲା ବାଲିମେଳା ଗେଟ୍ 🔴 କୋର୍ଟରେ ବିଦ୍ୟାଭାରତୀଙ୍କ ଆତ୍ମସମର୍ପଣ 🔴 ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ 🔴 ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ