Masthead

ପିଣ୍ଡଦାନ ପରମ୍ପରା ଉପରେ ଲାଗିଲା ରୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ସମୟରେ ଫିକା ପଡ଼ିଛି ପର୍ବପର୍ବାଣି । କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଚଳିତବର୍ଷ କଟକଣା ଭିତରେ ପାଳନ କରାଯାଉଛି ସମସ୍ତ ପାରମ୍ପରିକ ପର୍ବ । ଚଳିତବର୍ଷ ଦୀପାବଳିରେ ବାଣ ଫୁଟାଇବାକୁ ପୂର୍ବରୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିଲା । ଆଜି ଏକାମ୍ର କ୍ଷେତ୍ରରେ ପିଣ୍ଡଦାନ ପରମ୍ପରା ଉପରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ ରୋକ ଲଗାଇଛି ।

ଜାରି କରାଯାଇଥିବା ନିୟମାବଳୀରେ ସ୍ପଷ୍ଟ ଉଲ୍ଲେଖ ରହିଛି ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ପ୍ରାଙ୍ଗଣ ଓ ବିନ୍ଦୁସାଗର ପୋଖରୀରେ ପିତୃ ପୁରୁଷଙ୍କୁ ପିଣ୍ଡଦାନ କରିବା ପାଇଁ ଅନୁମତି ମିଳିବ ନାହିଁ । ଓଡ଼ିଆ ପରମ୍ପରା ଅନୁଯାୟୀ ଦୀପାବଳି ଦିନ ପିତୃପୁରୁଷଙ୍କ ପାଇଁ ପୟା ଶ୍ରାଦ୍ଧ ଓ ପିଣ୍ଡଦାନ କରାଯାଇଥାଏ । ମାତ୍ର କରୋନା କଟକଣା ହେତୁ ଏହାକୁ ସମ୍ପୁର୍ଣ୍ଣ ବାରଣ କରାଯାଇଛି । ନିଜ ଘରେ ରହି ଏହି ପରମ୍ପରା ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିୟମ ଅନୁସାରେ ସାମାଜିକ ଦୂରତା ବଜାୟ ରଖି ଏହି ପରମ୍ପରା କରିହେବ । ଅନ୍ୟପଟେ ତୀର୍ଥ ସ୍ଥାନ ବା ପୁଷ୍କରିଣୀରେ ପିଣ୍ଡଦାନ ଉପରେ ରୋକ ଲଗାଯିବା ନିଷ୍ପତ୍ତିକୁ ନେଇ ରାଜଧାନୀବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ