Masthead

ସହାୟତା ଅପେକ୍ଷାରେ କୁନିରାଣୀ

ସାହାରପଡ଼ା (ବଡ଼ ଖବର ବ୍ୟୁରୋ): ସରକାର ଗରିବ ଲୋକଙ୍କୁ ଆବାସ ଗୃହ ଯୋଗାଇ ଦେଉଛନ୍ତି । ହେଲେ ବିଭାଗୀୟ ଅଧିକାରୀ ଏବଂ ପଞ୍ଚାୟତ ପ୍ରତିନିଧିଙ୍କ ଅବହେଳା ଯୋଗୁ ଯୋଗ୍ୟ ହିତାଧିକାରୀ ସରକାରୀ ଯୋଜନାରୁ ବଞ୍ଚିତ ହେଉଛନ୍ତି । ଯାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ ରାଇଡିହା ପଞ୍ଚାୟତ ଭାଲୁଘର ସାହିର କୁନିରାଣୀ ନାଏକଙ୍କ କ୍ଷେତ୍ରରେ । ପାଞ୍ଚ ବର୍ଷ ପୂର୍ବେ କୁନିରାଣୀ ତାଙ୍କ ସ୍ୱାମୀଙ୍କୁ ହରାଇଛନ୍ତି । କିନ୍ତୁ ତାଙ୍କୁ ଏ ପର୍ଯ୍ୟନ୍ତ ନା ମିଳିଛି ଭତ୍ତା ନା ପ୍ରଧାନମନ୍ତ୍ରୀ ଆବାସ । କୁନିରାଣୀଙ୍କ ପରିବାର କହିଲେ ଗୋଟିଏ ଝିଅ । ସେମାନେ ଏକ ମାଟି ଘରେ ରହୁଥିଲେ । ଲଗାଣ ବର୍ଷାରେ ଘର ଭାଙ୍ଗିଯିବାରୁ କୁନିରାଣୀ ଏବଂ ତାଙ୍କ ଝିଅ ପର ଘରେ ଆଶ୍ରୟ ନେଇଛନ୍ତି । କୁନିରାଣୀ ଏ ବିଷୟରେ ବହୁବାର ସରପଞ୍ଚ ଏବଂ ବିଡିିଓଙ୍କୁ ଗୁହାରି କରିଛନ୍ତି । ହେଲେ ତାଙ୍କ କଥା କେହି ଶୁଣୁନାହାନ୍ତି ବୋଲି ମୋହଭରା କଣ୍ଠରେ କହିଛନ୍ତି । ସରକାରୀ ଯୋଜନା କାହା ପାଇଁ ବୋଲି ସେ ପ୍ରଶ୍ନ କରିଛନ୍ତି? କୁନିରାଣୀଙ୍କୁ କେବେ ସରକାରୀ ସହାୟତା ମିଳୁଛି ତାହା ଦେଖିବାକୁ ବାକି ରହିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା