Masthead

କୂଅରେ ପଡି ଶିଶୁ କନ୍ୟାର ମୃତ୍ୟୁ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗାଙ୍ଗୀଯୋଡି ଗାଁରେ କୂଅରେ ପଡି ଜଣେ ୮ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି । ମୃତ ଶିଶୁକନ୍ୟା ଜଣକ ହେଉଛି ଗାଁର ସୁମନ୍ତ ପ୍ରଧାନଙ୍କ ଝିଅ ସୁନାଲି ପ୍ରଧାନ । ସୂଚନା ଅନୁଯାୟୀ, ସୁନାଲି ନିଜ ସାଙ୍ଗମାନଙ୍କ ସହିତ ଖେଳୁଥିବା ବେଳେ ଅସାବଧାନତା କାରଣରୁ କୂଅ ଭିତରେ ପଡ଼ି ଯାଇଥିଲେ । ସାଥି ପିଲାମାନଙ୍କର ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ଦୌଡ଼ି ଆସି ଥିଲେ, ମାତ୍ର କୂଅରୁ ଉଦ୍ଧାର କରି ପାରିନଥିଲେ ।

ପରେ ଅଗ୍ନିଶମ ବାହିନୀଙ୍କୁ ଖବର ଦେବାପରେ କର୍ମଚାରୀଙ୍କ ସହାୟତାରେ ଶିଶୁକନ୍ୟାଟିକୁ କୂଅ ମଧ୍ୟରୁ ଉଦ୍ଧାର କରାଯାଇ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ମେଡ଼ିକାଲ ପରିସରରେ କିଛି ସମୟ ଧରି ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ