Masthead

କୂଅରେ ପଡି ଶିଶୁ କନ୍ୟାର ମୃତ୍ୟୁ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗାଙ୍ଗୀଯୋଡି ଗାଁରେ କୂଅରେ ପଡି ଜଣେ ୮ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି । ମୃତ ଶିଶୁକନ୍ୟା ଜଣକ ହେଉଛି ଗାଁର ସୁମନ୍ତ ପ୍ରଧାନଙ୍କ ଝିଅ ସୁନାଲି ପ୍ରଧାନ । ସୂଚନା ଅନୁଯାୟୀ, ସୁନାଲି ନିଜ ସାଙ୍ଗମାନଙ୍କ ସହିତ ଖେଳୁଥିବା ବେଳେ ଅସାବଧାନତା କାରଣରୁ କୂଅ ଭିତରେ ପଡ଼ି ଯାଇଥିଲେ । ସାଥି ପିଲାମାନଙ୍କର ଚିତ୍କାର ଶୁଣି ସ୍ଥାନୀୟ ଲୋକମାନେ ଦୌଡ଼ି ଆସି ଥିଲେ, ମାତ୍ର କୂଅରୁ ଉଦ୍ଧାର କରି ପାରିନଥିଲେ ।

ପରେ ଅଗ୍ନିଶମ ବାହିନୀଙ୍କୁ ଖବର ଦେବାପରେ କର୍ମଚାରୀଙ୍କ ସହାୟତାରେ ଶିଶୁକନ୍ୟାଟିକୁ କୂଅ ମଧ୍ୟରୁ ଉଦ୍ଧାର କରାଯାଇ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ମେଡ଼ିକାଲ ପରିସରରେ କିଛି ସମୟ ଧରି ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ