Masthead

ସପ୍ତମ ଥର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାରର ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର । ଏନ୍ଡିଏ ବିଧାୟକ ଦଳର ନେତା ଭାବରେ ନୀତୀଶ କୁମାରଙ୍କ ନାଁକୁ ଘୋଷଣା କରାଯାଇଛି । ନୀତୀଶଙ୍କ ନାଁରେ ମୋହର ମାରିଛନ୍ତି ପର୍ଯ୍ୟବେକ୍ଷକ ରାଜନାଥ ସିଂ । ଆସନ୍ତାକାଲି ୧୧ଟା ୩୦ ମିନିଟରୁ ଅପରାହ୍ଣ ୪ଟା ସମୟରେ ମଧ୍ୟରେ ଶପଥ ଗ୍ରହଣ ଉତ୍ସବ ରହିଛି । ସୋମବାର ପର୍ଯ୍ୟନ୍ତ ରାଜ୍ୟପାଳଙ୍କୁ ସମୟ ମାଗିଛନ୍ତି ନୀତୀଶ । ଏଥରକୁ ମିଶାଇ ନୀତୀଶ ସପ୍ତମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ପଦରେ ବସିବେ । ସେପଟେ ବିଜେପିର ସୁଶୀଲ ମୋଦି ବିହାରର ଉପମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବେ । ତାରା କିଶୋର ପ୍ରସାଦ ବିଜେପି ବିଧାୟକ ଦଳର ନେତା ଭାବେ କାର୍ଯ୍ୟ କରିବେ । ବିହାର ବିଧାନସଭା ନିର୍ବାଚନରେ ଏନଡିଏକୁ ୧୨୫ ଆସନ ମିଳିଥିବା ବେଳେ ମହାଗଠବନ୍ଧନକୁ ମିଳିଛି ୧୧୦ଟି ଆସନ । ଯାହା ଫଳରେ ଏନ୍ଡିଏ ସରକାର ଗଠନ କରିବାରେ ସକ୍ଷମ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ