Masthead

ପୋଲିସ ବିରୋଧରେ ଲୋକଙ୍କ ମେଳି

ତିର୍ତ୍ତୋଲ (ବଡ ଖବର ବ୍ୟୁରୋ): ଗତ ନଭେମ୍ବର ୬ ରାତିରେ ତିର୍ତ୍ତୋଲ ଥାନା କନକପୁର ବଜାରରେ ମେଡ଼ିସିନ ଷ୍ଟୋର ଭଙ୍ଗାରୁଜା ଘଟଣାରେ ରାଜନୈତିକ ହିଂସାକାଣ୍ଡ ହୋଇଥିଲା ।ଏହାର ୧୦ ଦିନ ପରେ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ ନକରିବା ପ୍ରତିବାଦରେ ଆଜି କନକପୁର ବଜାର କମିଟି ଓ ଆଞ୍ଚଳିକ ନାଗରିକ ସୁରକ୍ଷା ମଞ୍ଚ,କନକପୁର ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରତିବାଦ ସଭାରେ ତିର୍ତ୍ତୋଲ ବ୍ଲକ ବିଜେପି ସଭାପତି ଅଶୋକ ମହାନ୍ତି ଯୋଗଦେଇ ପୋଲିସ କାର୍ୟ୍ୟ ଦକ୍ଷତା ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରିଥିଲେ । ଉଚ୍ଚ ପଦସ୍ଥ ପୋଲିସ ପ୍ରଶାସନିକ ଅଧିକାରୀମାନେ ଏହାର ତଦନ୍ତ କରିବା ସହିତ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବା ପାଇଁ ସେ ଦାବି କରିଥିଲେ । ଯଦି ଖୁବ ଶୀଘ୍ର ଏହାର ସମାଧାନ ନହୁଏ ତେବେ ଆଗାମୀ ଦିନରେ ଆନ୍ଦୋଳନକୁ ଜୋରଦାର କରାଯିବା ସହିତ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସ୍ଥାନୀୟ ଅଞ୍ଚଳର ବହୁ ବରିଷ୍ଠ ବ୍ୟକ୍ତି ପ୍ରତିବାଦ ସଭାରେ ଚେତାବନୀ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ