Masthead

ଜାତୀୟ ପ୍ରେସ ଦିବସ ଓ ପ୍ରାଣନାଥ ଜୟନ୍ତୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ଜାତୀୟ ପ୍ରେସ ଦିବସ ଓ ସ୍ୱର୍ଗତ ପ୍ରାଣନାଥ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ସାମ୍ବାଦିକ ଲିଙ୍ଗରାଜ ସାହୁଙ୍କୁ ସାମ୍ବାଦିକତା ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନୀତ କରାଯାଇଥିଲା । ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାଣନାଥ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଶ୍ରଦ୍ଧାଞ୍ଜଳି ସଭା କରାଯାଇଥିଲା । ଏହି ଅବସରରେ ଶ୍ରୀ ଶତପଥୀ କହିଥିଲେ ଯେ, ସ୍ୱର୍ଗତ ପ୍ରାଣନାଥ ଥିଲେ ଜଣେ ଅଗ୍ରଗଣ୍ୟ ସାମ୍ବାଦିକ । ସେ ଥିଲେ ମୁକ୍ତି ଯୋଦ୍ଧା, କୃଷକ ଓ ସାମ୍ୟବାଦ ଆନ୍ଦୋଳନର ପୁରୋଧା । କମ୍ୟୁନିଷ୍ଟ ଦଳର ଅନ୍ୟତମ ପ୍ରତିଷ୍ଠାତା ତଥା ଶିକ୍ଷାର ବିକାଶ ପାଇଁ ସମର୍ପିତ ବ୍ୟକ୍ତିତ୍ୱ । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଲକ୍ଷ୍ମୀଧର ବେହେରା, ଜତୀନ୍ଦ୍ର ମୋହନ ଛୋଟରାୟ, ଅଭିଯାନର ଯୁଗ୍ମ ଆବାହକ ନାରାୟଣ ଚନ୍ଦ୍ର ଓଝା , ପୂଜ୍ୟ ପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସମର୍ପିତ ସଦସ୍ୟମାନେ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ