Masthead

ବିହାର: ଆଜି ଶପଥ ନେବେ ୧୪ ମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିହାରର ମୁଖ୍ୟମନ୍ତ୍ରୀ ଭାବେ ଆଜି ଅପରାହ୍ନ ସାଢ଼େ ୪ଟାରେ ଶପଥ ନେବେ ନୀତୀଶ କୁମାର । ସପ୍ତମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ନୀତୀଶ । ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଏବଂ ଗୃହମନ୍ତ୍ରୀ ଅମିତ୍ ଶାହ। ଆଜି ମୋଟ୍ ୧୪ଜଣ ମନ୍ତ୍ରୀ ଶପଥ ନେଇପାରନ୍ତି ବୋଲି ସୂଚନା ରହିଛି । ବିଜେପିରୁ ୭, ଜେଡିୟୁରୁ ୫, ହିନ୍ଦୁସ୍ଥାନ ଆୱାମ୍ ମୋର୍ଚ୍ଚାରୁ ଜଣେ ଏବଂ ଭିଆଇପିରୁ ଜଣେ ଲେଖାଏଁ ମନ୍ତ୍ରୀ ଶପଥ ନେଇପାରନ୍ତି । ବିଜେପିର ତାରକିଶୋର ପ୍ରସାଦ ଏବଂ ରେଣୁ ଦେବୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସେହିପରି ବିଜେପିର ମଙ୍ଗଲ ପାଣ୍ଡେୟ, ରାମପ୍ରୀତ ପାଶୱାନ, ରାମସୁରତ ରାୟ, ଜୀବେଶ ମିଶ୍ର ଏବଂ ଅମରେନ୍ଦ୍ର ପ୍ରସାଦ ସିଂ ମନ୍ତ୍ରୀ ହୋଇପାରନ୍ତି । ଜେଡିୟୁରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ବିଜେନ୍ଦ୍ର ଯାଦବ, ଅଶୋକ ଚୌଧୁରୀ, ବିଜୟ ଚୌଧୁରୀ ଏବଂ ଶୀଲା ମଣ୍ଡଲ ମନ୍ତ୍ରୀ ହେବା ସମ୍ଭାବନା ରହିଛି। ହିନ୍ଦୁସ୍ଥାନ ଆୱାମ୍ ମୋର୍ଚ୍ଚାରୁ ସନ୍ତୋଷ ସୁମନ ଏବଂ ଭିଆଇପିରୁ ମୁକେଶ ସହଣୀ ମନ୍ତ୍ରୀ ହୋଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି