Masthead

ଅଣକୋଭିଡ ରୋଗୀଙ୍କ ପାଇଁ ଖୋଲିବ ଡାକ୍ତରଖାନା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ୮ମାସ ପରେ ଅଣକୋଭିଡ ରୋଗୀଙ୍କ ପାଇଁ ସ୍ୱାଭାବିକ ଭାବେ କାର‌୍ୟ୍ୟ କରିବ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ବର୍ତ୍ତମାନ ଜିଲ୍ଲାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ କୋଭିଡ ହସ୍ପିଟାଲ ଭାବରେ କାର‌୍ୟ୍ୟ କରୁଥିବା ମୁଖ୍ୟ ଚିକିତ୍ସାଳୟକୁ ବନ୍ଦ କରି ସେଠାରେ ପୂର୍ବପରି ଅଣକୋଭିଡ ରୋଗୀଙ୍କ ଚିକିତ୍ସା ଆରମ୍ଭ ହୋଇଛି । ଏହି ନିଷ୍ପତ୍ତିକୁ ସାଧାରଣରେ ପ୍ରଶଂସା କରାଯାଉଛି । ଏଣିକି ଜିଲ୍ଲାର ଅଣକୋଭିଡ ରୋଗୀ ବେଶ ସୁବିଧା ପାଇବେ ଆଶା କରାଯାଉଛି । କରୋନା ହେତୁ ୮ମାସ ଧରି ଏହି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ ହସପିଟାଲ ଭାବେ ବ୍ୟବହାର କରାଯାଉଥିଲା । ଲୋକେ ଏହି ହସ୍ପିଟାଲକୁ ପୂର୍ବପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭାବରେ କାର‌୍ୟ୍ୟ କରିବାକୁ ଦାବି କରିଆସୁଥିଲେ । ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାଧାରଣ ଲୋକଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ନିଷ୍ପତ୍ତି ପରେ ଜିଲ୍ଲାରେ ଅଣକୋଭିଡ ରୋଗୀ ଉପକୃତ ହୋଇପାରିବେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ