Masthead

ଅଣକୋଭିଡ ରୋଗୀଙ୍କ ପାଇଁ ଖୋଲିବ ଡାକ୍ତରଖାନା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ୮ମାସ ପରେ ଅଣକୋଭିଡ ରୋଗୀଙ୍କ ପାଇଁ ସ୍ୱାଭାବିକ ଭାବେ କାର‌୍ୟ୍ୟ କରିବ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ବର୍ତ୍ତମାନ ଜିଲ୍ଲାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ କୋଭିଡ ହସ୍ପିଟାଲ ଭାବରେ କାର‌୍ୟ୍ୟ କରୁଥିବା ମୁଖ୍ୟ ଚିକିତ୍ସାଳୟକୁ ବନ୍ଦ କରି ସେଠାରେ ପୂର୍ବପରି ଅଣକୋଭିଡ ରୋଗୀଙ୍କ ଚିକିତ୍ସା ଆରମ୍ଭ ହୋଇଛି । ଏହି ନିଷ୍ପତ୍ତିକୁ ସାଧାରଣରେ ପ୍ରଶଂସା କରାଯାଉଛି । ଏଣିକି ଜିଲ୍ଲାର ଅଣକୋଭିଡ ରୋଗୀ ବେଶ ସୁବିଧା ପାଇବେ ଆଶା କରାଯାଉଛି । କରୋନା ହେତୁ ୮ମାସ ଧରି ଏହି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ ହସପିଟାଲ ଭାବେ ବ୍ୟବହାର କରାଯାଉଥିଲା । ଲୋକେ ଏହି ହସ୍ପିଟାଲକୁ ପୂର୍ବପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭାବରେ କାର‌୍ୟ୍ୟ କରିବାକୁ ଦାବି କରିଆସୁଥିଲେ । ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସାଧାରଣ ଲୋକଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ନିଷ୍ପତ୍ତି ପରେ ଜିଲ୍ଲାରେ ଅଣକୋଭିଡ ରୋଗୀ ଉପକୃତ ହୋଇପାରିବେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!