Masthead

ରାଜଧାନୀରେ କମୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ। ଭୁବନେଶ୍ୱରରେ ଆଜି ଦିନକରେ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ କିଛି ଦିନ ହେବ ଭୁବନେଶ୍ୱରରେ କରୋନା ଗ୍ରାଫ ଖସିବାରେ ଲାଗିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହା ସହିତ ଆଜି ଦିନକରେ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୧୭୯ରେ ପହଞ୍ଚିଛି। ସେହିପରି ରାଜଧାନୀରେ ମୋଟ ୨୯ ହଜାର ୨୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୬୬୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଯାବତ ରାଜଧାନୀରେ ମୋଟ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାରୁ ରାଜଧାନୀବାସୀଙ୍କ ଆଶ୍ୱସ୍ତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର