ରାଜଧାନୀରେ କମୁଛି ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ। ଭୁବନେଶ୍ୱରରେ ଆଜି ଦିନକରେ ୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ କିଛି ଦିନ ହେବ ଭୁବନେଶ୍ୱରରେ କରୋନା ଗ୍ରାଫ ଖସିବାରେ ଲାଗିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହା ସହିତ ଆଜି ଦିନକରେ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୧୭୯ରେ ପହଞ୍ଚିଛି। ସେହିପରି ରାଜଧାନୀରେ ମୋଟ ୨୯ ହଜାର ୨୯୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୬୬୭ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଯାବତ ରାଜଧାନୀରେ ମୋଟ ୧୯୭ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାରୁ ରାଜଧାନୀବାସୀଙ୍କ ଆଶ୍ୱସ୍ତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ