Masthead

ମୋବାଇଲ ଫାଟି ଶିଶୁ ଗୁରୁତର

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ): କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ତଳ ବିଲାଂସିଲ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ମୋବାଇଲ ଫାଟି ବର୍ଷକର ଶିଶୁ କନ୍ୟା ଗୁରୁତର ଆହତ ହୋଇଛି। ଆହତ ଶିଶୁକୁ ଲକ୍ଷ୍ମୀପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ କୋରାପୁଟ ସ୍ଥାନାନ୍ତର କରାଯାଇଛି । ତଳ ବିଲାଂସିଲ ଗାଁର ରୋହିତ ନାଚିକା ବର୍ଷେ ତଳେ ଜିଓ କମ୍ପାନୀର ମୋବାଇଲ କିଣିଥିଲେ । ପ୍ରତ୍ୟେକ ଦିନ ଭଳି ରବିବାର ରାତିରେ ମୋବାଇଲ ଚାର୍ଜରେ ବସାଇଥିଲେ । ମୋବାଇଲ ସମ୍ପୂର୍ଣ୍ଣ ଚାର୍ଜ ହେବା ପରେ ଖଟରେ ରଖି ଦେଇଥିଲେ। ଖଟ ଉପରେ ତାଙ୍କ ସ୍ତ୍ରୀ ଓ ବର୍ଷକର ଝିଅ ବର୍ଷା ନାଚିକା ଶୋଇଥିଲେ । ରାତି ପ୍ରାୟ ଗୋଟାଏରେ ମୋବାଇଲ ଫାଟିଥିଲା। ବର୍ଷାର ମୁହଁ ପୂରା ପୋଡ଼ିଯାଇଛି। ରାତିରେ ଉପଯୁକ୍ତ ମେଡିକାଲ ସୁବିଧା ନ ମିଳିବାରୁ ସେମାନେ ବର୍ଷାକୁ ତୋୟାପୁଟର ଜଣେ ଘରୋଇ ଡାକ୍ତରଙ୍କୁ ଦେଖାଇ ଗାଁକୁ ନେଇ ଯାଇଥିଲେ । କିନ୍ତୁ ପୋଡ଼ି ହୋଇଥିବା ସ୍ଥାନରେ ଅସହ୍ୟ ଯନ୍ତ୍ରଣା ହେବାରୁ ସୋମବାର ସକାଳେ ଲକ୍ଷ୍ମୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆଣି ଚିକିତ୍ସା କରାଇଥିଲେ । ସେଠାରୁ କୋରାପୁଟ ସହିଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ସ୍ଥାନାନ୍ତର କରାଯାଇଛି । ଏବେ ବର୍ଷାର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଥିବା ପରିବାର ଲୋକେ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ