Masthead

ସର୍ଚ୍ଚ ଅପରେସନ ବେଳେ ଜବତ ହେଲା ୧୦ କେଜିର ଲ୍ୟାଣ୍ଡମାଇନ

କୋଇଡା (ବଡ଼ ଖବର ବ୍ୟୁରୋ) ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଥମୁନି ନକ୍ସଲ ହିଂସା। ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ଟୋପାଡିହିରେ ନକ୍ସଲଙ୍କ ବଡଧରଣ ହିଂସାକାଣ୍ଡ ଯୋଜନା ପଣ୍ଡ ହୋଇଥିଲା। ଟୋପାଡିହି ରେଳଷ୍ଟେସନ ରେଳଧାରଣା ପାର୍ଶ୍ଵରୁ ଡିଭିଏଫ୍ ଯବାନମାନେ ୧୦ କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ ଜବତ କରିଛନ୍ତି। ସ୍ଥାନୀୟ ପୁଲିସ ଓ ଡିଭିଏଫ୍ ଯବାନ ମିଳିତ ସର୍ଚ୍ଚ ଅପରେସନବେଳେ ଲ୍ୟାଣ୍ଡମାଇନକୁ ଠାବ କରିଥିଲେ। ବୋମା ନିଷ୍କ୍ରିୟ ଟିମ୍ ନିକଟସ୍ଥ ଜଙ୍ଗଲରେ ଜବତ ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରିଦେଇଛନ୍ତି।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଗୁଇନ୍ଦା ସୂଚନା ଆଧାରରେ ରେଳବାଇ ପକ୍ଷରୁ ଟୋପାଡିହି ଷ୍ଟେସନମାଷ୍ଟର ଓ ଅନ୍ୟ କର୍ମଚାରୀଙ୍କୁ ସତର୍କ କରି ଦିଆଯାଇଛି। ଗତ ସପ୍ତାହ ମଧ୍ୟରେ ନକ୍ସଲମାନଙ୍କ ଗୁଳିରେ ତିନି ଯବାନ ସହିଦ ହୋଇଛନ୍ତି। ସହିଦମାନଙ୍କ ମଧ୍ୟରେ ଅଛନ୍ତି ଓଡ଼ିଶାର ଯବାନ ସୁଶାନ୍ତ କୁମାର ଖୁଣ୍ଟିଆ। ଅନ୍ୟ ଦୁଇଜଣ ବିହାର ଓ ଝାଡ଼ଖଣ୍ଡର। କେବଳ ଏତିକି ନୁହେଁ ଝାଡ଼ଖଣ୍ଡ ପାର୍ଶ୍ଵ ଜଙ୍ଗଲରୁ ମଧ୍ୟ ବିପୁଳ ପରିମାଣରେ ମାରଣାସ୍ତ୍ର ଜବତ ହୋଇଛି।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା