Masthead

କେବେ ଖୋଲିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର, ଆସନ୍ତାକାଲି ଚୂଡାନ୍ତ ନିଷ୍ପତ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଯାଞ୍ଚ ଓ ଗଣତି ଲାଗି ଗଠନ ହୋଇଛି ନୂଆ ୧୬ ଜଣିଆ କମିଟି। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ବନାଥ ରଥଙ୍କ ନେତୃତ୍ବରେ ଏହି କମିଟି ଗଠନ ହୋଇଛି। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ନୂଆ କମିଟିର ମୁଖ୍ୟ ହେବେ । ୬ ତାରିଖରେ ଏହି ନୂଆ କମିଟି ବୈଠକ କରି ରତ୍ନଭଣ୍ଡାର କେବେ ଖୋଲାଯିବ ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ରୂପରେଖ କଣ ରହିବ ସେ ନେଇ ନିଷ୍ପତ୍ତି ନେବ ।

ପୁରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଅଫିସରେ ଏହି ବୈଠକ ହେବ । ଆଉ ମରାମତି, ଗଣତି ଓ ମଣତି ନେଇ ନିଷ୍ପତି ନିଆଯିବ । କେଉଁ କେଉଁ ପ୍ରକ୍ରିୟାରେ ଏହା ହେବ ସେ ନେଇ ନିଷ୍ପତ୍ତି ନେବ କମିଟି । ଆଉ ଏହାପରେ ସରକାର ରତ୍ନଭଣ୍ଡାର ଖୋଲିବା ନେଇ ସ୍ପଷ୍ଟ ଚିତ୍ର ଦେବେ । କମିଟରେ କେଉଁ କେଉଁମାନେ ସଦସ୍ୟ ରହିବେ ତାର ସ୍ତୁବିସ୍ତୁତ ତଥ୍ୟ କାଲି ସରକାର ଦେବେ ।ଏହି ଘୋଷଣା ସହ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଭଙ୍ଗ ହୋଇଛି ।

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ତତକାଳୀନ ବିଜେଡି ସରକାର ଅରିଜିତ ପଶାୟ ତ୍ତଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରିଥିଲେ । ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ୪୫ ବର୍ଷ ପରେ ଖୋଲିବାକୁ ଯାଉଛି ରତ୍ନଭଣ୍ଡାର। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସବୁ ପ୍ରକ୍ରିୟା ପାଳନ ହେବ। ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି। ବୈଠକରେ ଏହି କମିଟି ଗଣତି ଓ ମଣତି ନେଇ ନିଷ୍ପତ୍ତି ନେବେ। କେଉଁ ତାରିଖରେ ରତ୍ନଭଣ୍ଡାର ଖୋଲାଯିବ ନିଷ୍ପତ୍ତି ନିଆଯିବ। ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ଵନାଥ ରଥଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ଆଉ ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ