Masthead

ଚିକିତ୍ସାରେ ଅବହେଳା, ପ୍ରାଣ ହାରିଲା ୬ବର୍ଷର ଶିଶୁ କନ୍ୟା

ବରୀ(ବଡ଼ ଖବର ବ୍ୟୁରୋ):ବରୀ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଘଟିଛି ଅଭାବନୀୟ ଘଟଣା । ଚିକିତ୍ସା ଅବହେଳାରୁ ଜଣେ ଶିଶୁ କନ୍ୟାର ମୃତ ହୋଇଥିବା ଯୋଗୁ ବରୀ ବ୍ଲକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଉତୋଜନା ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ ଅଲିପୂର୍ ପଞ୍ଚାୟତର ବିରଞ୍ଚି ଗେଡିଙ୍କ ଝିଅ ଅର୍ପିତା ଗେଡିଙ୍କୁ ଜ୍ୱର ହୋଇଥିଲା ।

ତାଙ୍କୁ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସ ପାଇଁ ଆଣିଥିଲେ । ମାତ୍ର ଦାଇତ୍ୱରେ ଥିବା ଆୟୁଷ ଡାକ୍ତର ଚିକିତ୍ସା ଅବହେଳା କରିଥିବା ଯୋଗୁଁ ଶିଶୁ କନ୍ୟାର ମୃତ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଉତଜନା ସୃଷ୍ଟି ହୋଇଛି ।

ପୂର୍ବରୁ କିଛି ଦିନ ତଳେ ଅକ୍ସିଯେନ ଅଭାବରୁ ଜଣେ ଶିଶୁ ପୁତ୍ର ମୃତ ହୋଇଥିବା ବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବିଭିନ୍ନ ଗଣ ମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ମାତ୍ର ସ୍ୱାସ୍ଥ୍ୟ ବିଭାଗର ଅପାରଗତା ଯୋଗୁଁ ବିଭିନ୍ନ ସମୟରେ ଏଭଳି ଘଟଣା ଘଟୁଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବରୀ ପୋଲିସ ପହଞ୍ଚି ଲୋକ ମାନଙ୍କୁ ବୁଝାଉଥିବା ଦେଖିବାକୁ ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା