Masthead

ବାତ୍ୟା କ୍ଷୟକ୍ଷତିର ସମୀକ୍ଷା ପାଇଁ ଓଡ଼ିଶା ଆସିବେ ୭ଜଣିଆ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ ନେଇ ଆଜି ଓଡ଼ିଶା ଆସିବେ ୭ଜଣିଆ କେନ୍ଦ୍ରୀୟ ଟିମ୍ । ପ୍ରଭାବିତ ୪ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡା ଓ ମୟୁରଭଞ୍ଜ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ । ସୋମବାର ଓ ମଙ୍ଗଳବାର ପର୍ଯ୍ୟାୟ କ୍ରମେ ଏହି ସବୁ ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଜ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।

ମେ ୨୮ରେ ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କ୍ଷତିଗ୍ରସ୍ତ ଅଂଚଳକୁ ଆକାଶ ମାର୍ଗରୁ ଦେଖିଥିଲେ ପ୍ରଧାନମନ୍ତ୍ରୀ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବାତ୍ୟାଞ୍ଚଳ ଦେଖିଥିଲେ । ଏରିଏଲ୍ ସର୍ଭେ ପୂର୍ବରୁ ବାତ୍ୟା ସ୍ଥିତିର ସମୀକ୍ଷା କରିଥିଲେ ନରେନ୍ଦ୍ର ମୋଦୀ । ଏଥିରେ ମୁଖ୍ୟମନ୍ତ୍ରୀ, ଦୁଇ କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ