Masthead

ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଚରଣ ଦାସ । ଅଜୟ ଲଲୁ ଓ ରାମଚନ୍ଦ୍ର କାଡ଼ାମ ମଧ୍ୟ ଉପସ୍ଥିତ ରହିବେ । ଏଆଇସିସି ଅଧକ୍ଷ ମଲ୍ଲିକାର୍ଜୁନ୍ ଖଡଗେ, ରାହୁଲ ଗାନ୍ଧୀ ଓ ଏଆଇସିସି ସାଂଗଠନିକ ସମ୍ପାଦକ କେସି ବେଣୁଗୋପାଳ ଏହି ବୈଠକରେ ଉପସ୍ଥିତ ରହିବେ। ଜିଲ୍ଲା ସଭାପତି ଚୟନ ନେଇ ଏଆଇସିସି ନିଯୁକ୍ତ କରିଥିବା ସମସ୍ତ ୩୫ ପର୍ଯ୍ୟବେକ୍ଷକ ଓଡିଶା ଆସିବା  ପୂର୍ବରୁ ସେମାନଙ୍କ ସହ ରାହୁଲ କରିବେ ଆଲୋଚନା ।

ଦିଲ୍ଲୀରୁ ଆସିଲା ପରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ ହେବ । ସୂଚନା ଦେଲେ ପିସିସି ସଭାପତି ଭକ୍ତ ଚରଣ ଦାସ ।  ସାଂଗଠନିକ ସ୍ଥିତି ମଜଭୁତ ସହ ରାଜ୍ୟରେ ଆଗାମୀ ରଣନୀତି କ’ଣ ରହିବ, ସେନେଇ କରାଯିବ ମାନସମନ୍ଥନ । ରାଜ୍ୟ କଂଗ୍ରେସ ଜିଲ୍ଲା ସଭାପତି ନିଯୁକ୍ତି ଉପରେ ଗୁରୁତ୍ବ ଦେଉଛି । ଗୁଜରାଟ ଢାଞ୍ଚାରେ ଏଠାରେ ସଂଗଠନ ସୃଜନ ମାଧ୍ୟମରେ ଜିଲ୍ଲା ସଭାପତି ଚୟନ କରାଯିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଉ ବରିଷ୍ଠ ନେତାଙ୍କ ସୁପାରିଶରେ ଜିଲ୍ଲା ଓ ବ୍ଲକ ସଭାପତି ଚୟନ କରାଯିବନି। ବରଂ ପର୍ଯ୍ୟବେକ୍ଷକଙ୍କ ରିପୋର୍ଟ ଅନୁସାରେ ବଛାଯିବେ ଜିଲ୍ଲା ସଭାପତି ।

କିପରି ଦକ୍ଷ ଲୋକଙ୍କ ହାତରେ ଜିଲ୍ଲା ସଂଗଠନ ଦାୟିତ୍ବ ଦିଆଯିବ, ସେଥ‌ିପାଇଁ ଏଆଇସିସି ଲକ୍ଷ୍ୟ ରଖିଛି । ଏଆଇସିସିର ଏପରି ଅଭିଯାନକୁ ନେଇ ଓଡ଼ିଶା କଂଗ୍ରେସ ଶିବିର ମଧ୍ୟ ଉତ୍ସାହିତ ରହିଛି । ୩୫ଟି ସାଂଗଠନିକ ଜିଲ୍ଲା ସଭାପତି ଚୟନ କରିବା ନେଇ ଖିବଶୀଘ୍ର ପର୍ଯ୍ୟବେକ୍ଷକମାନେ ଜିଲ୍ଲା ଦାୟିତ୍ବ ନେଇ ଓଡ଼ିଶା ଆସିବେ । ରାହୁଲ ଗାନ୍ଧୀ ଓଡ଼ିଶାରେ ସମ୍ଭାବନା ଦେଖୁଥ‌ିବାରୁ ଏବେଠାରୁ ରଣନୀତି କରୁଛନ୍ତି । ସଭାପତି ହେବା ପରେ ଓଡ଼ିଶାରେ କି କି କାର୍ଯ୍ୟକ୍ରମ କରିଛନ୍ତି, ସେ ନେଇ ରାହୁଲ ଗାନ୍ଧୀଙ୍କୁ ରିପୋର୍ଟ ଦେବେ ଭକ୍ତ ଦାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ