Masthead

ସୋନୁ ସୁଦଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ: ବଲିଉଡ କଳାକାର ସୋନୁ ସୁଦଙ୍କ ବିରୋଧରେ ବିଏମସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପୋଲିସରେ ଅଭିଯୋଗ କରିଛି । ବିଏମସି ତା’ର ଅଭିଯୋଗରେ ଉଲ୍ଲେଖ କରିଛି, ସୋନୁ ଜୁହୁ ସ୍ଥିତ ଏକ ୬ ମହଲା କୋଠାକୁ ବିଏମସିର ବିନା ଅନୁମତିରେ ହୋଟେଲରେ ପରିଣତ କରିଛନ୍ତି । ବିଏମସି କହିଛି କି ସୋନୁ ଏଭଳି କରିବା ପୂର୍ବରୁ ବିଏମସିର ଅନୁମତି ନେଇ ନାହାନ୍ତି । ବିଏମସି ତରଫରୁ ଜାନୁଆରୀ ୪ରେ ଜୁହୁ ଥାନାରେ ଅଭିଯୋଗ ହୋଇଥିଲା । ସୋନୁ ସୁଦ ଏ.ବି ନାୟାର ରୋଡ ନିକଟରେ ଥିବା ଶକ୍ତି ସାଗର ବିଲ୍ଡିଂକୁ ବିଏମସିର ବିନା ଅନୁମତିରେ ହୋଟେଲରେ ପରିଣତ କରିଛନ୍ତି ।

ନିୟମ ମୁତାବକ ଶକ୍ତି ସାଗର ଏକ ଆବାସିକ କୋଠା ଅଟେ । ଏହାକୁ ବାଣିଜ୍ୟ କାରବାରରେ ବ୍ୟବହାର କରାଯାଇପାରିବ ନାହିଁ । ବିଏମସି ଅଭିଯୋଗ କରିଛି କି ସୋନୁ ସୁଦ ନିଜେ ଏହି ଜମିର କିଶମ ପରିବର୍ତ୍ତନ କରିଦେଇଛନ୍ତି । ଏହା ସହ ବିଏମସିର ବିନା ପରାମର୍ଶରେ ଅନୁମତିଠାରୁ ଅଧିକ ଉଚ୍ଚତାର କୋଠା ନିର୍ମାଣ କରିଛନ୍ତି । ଏହାସହ ଅବାସିକ କୋଠାକୁ ବାଣିଜ୍ୟ କାରବାର ନିମନ୍ତେ ବ୍ୟବହାର କରୁଛନ୍ତି । ଏନେଇ ବିଏମସି ପକ୍ଷରୁ ଯେଉଁ ଅନୁମତି ଓ ପ୍ଲାନିଂ ନେବା କଥା ତାହା ସେ କରି ନାହାନ୍ତି । ସୋନୁଙ୍କ ନାମରେ ଏଭଳି ଅଭିଯୋଗ ଆସିବା ପରେ ସେ ଏହା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି କି ସେ ପ୍ରଥମେ ଏହି କୋଠାର ବ୍ୟବହାରିକ ପରିବର୍ତ୍ତନ ପାଇଁ ବିଏମସିଠୁ ଅନୁମତି ନେଇଛନ୍ତି ଓ ଏବେ ମହାରାଷ୍ଟ୍ର କୋଷ୍ଟାଲ ଜୋନ ମ୍ୟାନେଜମେଣ୍ଟର ମଞ୍ଜୁରୀକୁ ଅପେକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ? 🔴 ବିଷ ପିଇ ସଫା ହୋଇଗଲା ପୂରା ପରିବାର 🔴 ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା, ଏନ୍‌କାଉଣ୍ଟରରେ ୩ ୩ ଆତଙ୍କୀ ସଫା 🔴 ଭାରତ-ମିମିଆଁମାର ସୀମାରେ ୧୦ ଉଗ୍ରବାଦୀ ନିପାତ 🔴 ABDOଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ବିଏସ୍‌ଏଫ୍‌ ଯବାନ୍‌ଙ୍କୁ ଛାଡ଼ିଲା ପାକିସ୍ତାନ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି କେନ୍ଦ୍ର କ୍ୟାବିନେଟ ବୈଠକ 🔴 ପାରାଦୀପ ଜାହାଜରେ ପାକିସ୍ତାନୀ କ୍ରିଉ ମେମ୍ବର! 🔴 ଅପରେସନ ସିନ୍ଦୂରରେ ପାକିସ୍ତାନର କେତେ କ୍ଷତି… 🔴 ଦାଉଦ, ହାଫିଜ, ମସୁଦ…କାମ୍ ତମାମ କେବେ?