Masthead

ସୋନୁ ସୁଦଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ: ବଲିଉଡ କଳାକାର ସୋନୁ ସୁଦଙ୍କ ବିରୋଧରେ ବିଏମସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପୋଲିସରେ ଅଭିଯୋଗ କରିଛି । ବିଏମସି ତା’ର ଅଭିଯୋଗରେ ଉଲ୍ଲେଖ କରିଛି, ସୋନୁ ଜୁହୁ ସ୍ଥିତ ଏକ ୬ ମହଲା କୋଠାକୁ ବିଏମସିର ବିନା ଅନୁମତିରେ ହୋଟେଲରେ ପରିଣତ କରିଛନ୍ତି । ବିଏମସି କହିଛି କି ସୋନୁ ଏଭଳି କରିବା ପୂର୍ବରୁ ବିଏମସିର ଅନୁମତି ନେଇ ନାହାନ୍ତି । ବିଏମସି ତରଫରୁ ଜାନୁଆରୀ ୪ରେ ଜୁହୁ ଥାନାରେ ଅଭିଯୋଗ ହୋଇଥିଲା । ସୋନୁ ସୁଦ ଏ.ବି ନାୟାର ରୋଡ ନିକଟରେ ଥିବା ଶକ୍ତି ସାଗର ବିଲ୍ଡିଂକୁ ବିଏମସିର ବିନା ଅନୁମତିରେ ହୋଟେଲରେ ପରିଣତ କରିଛନ୍ତି ।

ନିୟମ ମୁତାବକ ଶକ୍ତି ସାଗର ଏକ ଆବାସିକ କୋଠା ଅଟେ । ଏହାକୁ ବାଣିଜ୍ୟ କାରବାରରେ ବ୍ୟବହାର କରାଯାଇପାରିବ ନାହିଁ । ବିଏମସି ଅଭିଯୋଗ କରିଛି କି ସୋନୁ ସୁଦ ନିଜେ ଏହି ଜମିର କିଶମ ପରିବର୍ତ୍ତନ କରିଦେଇଛନ୍ତି । ଏହା ସହ ବିଏମସିର ବିନା ପରାମର୍ଶରେ ଅନୁମତିଠାରୁ ଅଧିକ ଉଚ୍ଚତାର କୋଠା ନିର୍ମାଣ କରିଛନ୍ତି । ଏହାସହ ଅବାସିକ କୋଠାକୁ ବାଣିଜ୍ୟ କାରବାର ନିମନ୍ତେ ବ୍ୟବହାର କରୁଛନ୍ତି । ଏନେଇ ବିଏମସି ପକ୍ଷରୁ ଯେଉଁ ଅନୁମତି ଓ ପ୍ଲାନିଂ ନେବା କଥା ତାହା ସେ କରି ନାହାନ୍ତି । ସୋନୁଙ୍କ ନାମରେ ଏଭଳି ଅଭିଯୋଗ ଆସିବା ପରେ ସେ ଏହା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି କି ସେ ପ୍ରଥମେ ଏହି କୋଠାର ବ୍ୟବହାରିକ ପରିବର୍ତ୍ତନ ପାଇଁ ବିଏମସିଠୁ ଅନୁମତି ନେଇଛନ୍ତି ଓ ଏବେ ମହାରାଷ୍ଟ୍ର କୋଷ୍ଟାଲ ଜୋନ ମ୍ୟାନେଜମେଣ୍ଟର ମଞ୍ଜୁରୀକୁ ଅପେକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ