Masthead

ରାମକୃଷ୍ଣ ଦାଶମହାପାତ୍ରଙ୍କ ବିରୁଦ୍ଧରେ ସିଂହଦ୍ଵାର ଥାନାରେ ଏତଲା

ପୁରୀ (ବଡ଼ ଖବର ବ୍ୟୁରୋ): ଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ ଦାଶମହାପାତ୍ରଙ୍କ ବିରୁଦ୍ଧରେ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିରରୁ କିପରି ମହାପ୍ରଭୁଙ୍କ ଦାରୁ କାଠ ବାହାରକୁ ଗଲା ଏବଂ ଦଇତାପତି ସେବାୟତ କାହିଁକି ମହାପ୍ରଭୁଙ୍କ ଦାରୁକୁ ପଶ୍ଚିମବଙ୍ଗରେ ସ୍ଥାପନ କଲେ ତାହାକୁ ବିରୋଧ କରି ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ଵାର ଥାନାରେ ଏଫଆଇଆର ଦିଆଯାଇଛି ।

ଘଟଣାର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ଜଗନ୍ନାଥ ସେନା । ନବକଳେବର ସମୟରେ ମହାପ୍ରଭୁଙ୍କ ବିଗ୍ରହ ନିର୍ମାଣ ସମୟରେ ବଳିଯାଇଥିବା ଦାରୁକୁ ପଶ୍ଚିମବଙ୍ଗକୁ ପଠାଇବା ଏହା ଦୁର୍ଭାଗ୍ୟଜନକ ଘଟଣା ବୋଲି କହିଛନ୍ତି ଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶିନ ପଟ୍ଟନାୟକ । ସେହିପରି ଦିଘାକୁ ଜଗନ୍ନାଥ ଧାମ ବୋଲି କୁହାଯାଉଥିବା ନେଇ ଆପତ୍ତି ଉଠାଇବା ସହ ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଲାଗି ଦାବି କରିଛି ଜଗନ୍ନାଥ ସେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର