କନେଷ୍ଟବଳଙ୍କ ଆଖିକୁ ଗୁଳି କରି ହତ୍ୟା କଲା ଆଇଟିବିପି ଅଧିକାରୀଙ୍କ ପୁଅ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଛୱଲା କ୍ୟାମ୍ପରେ ଅଘଟଣ । କନେଷ୍ଟବଳଙ୍କ ଆଖିକୁ ଗୁଳି କରି ହତ୍ୟା କଲା ଆଇଟିବିପି ଅଧିକାରୀଙ୍କ ପୁଅ । ଗୁଳି ବାଜି କନଷ୍ଟେବଳଙ୍କ ଘଟଣାସ୍ଥଳରେ ମତ୍ୟୁ ହୋଇଛି । ମୃତକ ହେଲେ କୁକ ଭୋପ ସିଂ ଓରଫ ଭୁପେନ୍ଦ୍ର ସିଂ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ରୁମର କବାଟ ବନ୍ଦ ହୋଇଥିବାର ଦେଖିବାକୁ ପାଇଥିଲା। ରୁମ୍ ଖୋଲିବା ପରେ କନଷ୍ଟେବଳଙ୍କୁ ରକ୍ତରେ ଭିଜି ଅବସ୍ଥାରେ ପଡ଼ିଥିବାର ଦେଖିବାକୁ ମିଳିଥିଲା।

ଘଟଣାସ୍ଥଳରେ ହିଁ ତାଙ୍କର ମୃତୁ୍ୟ ଘଟିଛି । ତାଙ୍କ ବାମ ଆଖିରେ ଗୁଳି ବାଜିଥିଲା। ଏହି ଘଟଣାରେ ବ୍ୟବହୃତ ପିସ୍ତଲକୁ ପୋଲିସ ଜବତ କରିଛି। ନିଜ ପିତାଙ୍କ ଲାଇସେନ୍ସପ୍ରାପ୍ତ ପିସ୍ତଲକୁ ସେ ଏହି ହତ୍ୟାକାଣ୍ଡରେ ବ୍ୟବହାର କରିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ