Masthead

ବିଶ୍ୱକପ୍ ମହାମୁକାବିଲା, ମ୍ୟାଚ୍ ଦେଖିବେ ୧ ଲକ୍ଷ ୩୦ ହଜାର ଦର୍ଶକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବିଶ୍ୱକପ୍‌ କ୍ରିକେଟର ଆଜି ଗ୍ରାଣ୍ଡଫିନାଲେ । ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ମହାଲଢ଼େଇ । ଅହମ୍ମଦାବାଦରେ ହେବ ହାଇଭୋଲଟେଜ୍‌ ଟକ୍କର । ଏଥିପାଇଁ ଅହମ୍ମଦାବାଦରେ ଜମିଲାଣି କ୍ରିକେଟର, ନେତା ଓ ସେଲିବ୍ରିଟିଙ୍କ ଭିଡ଼ । ପ୍ରଥମ ଥର ଷ୍ଟାଡିୟମରେ ମ୍ୟାଚ୍ ଦେଖିବେ ୧ ଲକ୍ଷ ୩୦ ହଜାର ଦର୍ଶକ । ଆରମ୍ଭରୁ ଦର୍ଶକଙ୍କ ମନୋରଞ୍ଜନ ପାଇଁ  ଏୟାର ସୋ, ଲେଜର ସୋ ଓ ଡ୍ରୋନ୍ ସୋ କାର୍ଯ୍ୟକ୍ରମ ହେବ। ଭାରତୀୟ ବାୟୁସେନାର ସୂର୍ୟ୍ୟକିରଣ ଟିମ୍ ଆକାଶରେ କୌଶଳ ପ୍ରଦର୍ଶନ କରିବେ । ସାଢେ ଗୋଟାଏରୁ ୨୦ ମିନିଟ ଧରି ଚାଲିବ ଏହି କାର୍ଯ୍ୟକ୍ରମ ।

ଭାରତ ମାଟିରେ କଙ୍ଗାରୁଙ୍କୁ ଚକମା ଦେବାକୁ ରୋହିତ ବାହୀନୀ ଏକଦମ ପ୍ରସ୍ତୁତ । ପଡିଆ ପ୍ରସ୍ତୁତ, ଖେଳାଳୀ ମଧ୍ୟ ପ୍ରସ୍ତୁତ । ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉକ୍ରଣ୍ଠା । ଅହମ୍ମଦାବାଦ ନରେନ୍ଦ୍ର ମୋଦୀ ଷ୍ଟାଡିୟମ ବିଶ୍ୱକପ ୨୦୨୩ ମହାଯୁଦ୍ଧର ସାକ୍ଷୀ ରହିବ । ମ୍ୟାଚ ପୂର୍ବରୁ ଚଳଚଂଚଳ ଅହମ୍ମବାଦାବାଦ । ପହଁଚିଲେଣି ଦେଶବିଦେଶରୁ ଅତିଥି । ଟିମ ଇଣ୍ଡିଆ ଜର୍ସି ପିନ୍ଧି ପହଁଚୁଛନ୍ତି ଦର୍ଶକ ।ଅପରାହ୍ନ ୩ଟାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ତାଙ୍କ ସହ ଏହି ସ୍ମରଣୀୟ ମ୍ୟାଚ୍ ଦେଖିବାକୁ ଆସିବେ ଶହଶହ ଭିଭିଆଇପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ