Masthead

ମା’ ପାଇଁ ଦିନଟିଏ…

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସବୁ ଅଳି ଅର୍ଦଳୀର ଦରଦି ସ୍ଵର ମା’ । ଏହା ମାତ୍ର ଗୋଟିଏ ଅକ୍ଷର ହୋଇପାରେ ହେଲେ ଅର୍ଥ ବ୍ୟାପକ। ୧୦ ମାସ ୧୦ ଦିନ ଗର୍ଭରେ ଧରି ସବୁ ଯନ୍ତ୍ରଣାକୁ ପିଇ ପିଇ ଗୋଟେ ମାଂଶ ପିଣ୍ଡୁଳା ଜୀବନ ଦେଉଥିବା ଦେବୀଟିଏ ହେଉଛି ମା। । ସନ୍ତାନର ଅଳିଅଝଟକୁ ପୂରଣ କରି କୋଳେଇ କାଖେଇ ବଡ଼ କରୁଥିବା ମଣିଷଟି ହେଉଛି ମା’ । ଆଜି ହେଉଛି ସେହି ମା’ର ଦିନ । ଯିଏ ପିଲାଟିବେଳୁ ନିଜେ ନଖାଇ ଛୁଆର ପେଟକୁ ଆଗ ଦେଖେ । ନିଜ ଛୁଆର ଓଠରେ ଟିକେ ହସ ଦେଖିବାକୁ ଜୀବନର ସବୁ ଦୁଃଖ କଷଣକୁ ମଥା ପାତି ସହିଯାଏ । ଭୋକ ଲାଗିବା ଆଗରୁ ପେଟ ଚିହ୍ନି ଖାଇବା ବାଢ଼ିଦିଏ । ଦେହ ଖରାପ ହେଲେ ସାରା ରାତି ଚେଇଁ ରହେ। ଭୂମିଠୁ ବଡ଼, ପୁଣି ଈଶ୍ୱରଙ୍କଠୁ ମହାନ। ସେଇ ପ୍ରେରଣାଦାୟୀ, ମମତାମୟୀ ମା’ ପାଇଁ ଆଜି ଦିନଟି ଉତ୍ସର୍ଗ ।

୧୮୬୧ରୁ ୧୮୬୫ ମସିହା ପର୍ୟ୍ୟନ୍ତ ଯୁକ୍ତରାଷ୍ଟ୍ର ଆମେରିକାରେ ଦାସତ୍ୱ ପ୍ରଥା ଯୋଗୁ ସଂଘର୍ଷ ଲାଗି ରହିଥିଲା। ସେହି ସମୟରେ ଜଣେ ସାଧାରଣ ମହିଳା ରୁଗ୍ଣ, ଅସହାୟ ଓ ଆହତମାନଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ତାଙ୍କ ଉତ୍ସର୍ଗୀକୃତ ସେବା ଯୋଗୁଁ ସେ ସମସ୍ତଙ୍କଠାରେ ଆଦରଣୀୟା ଥିଲେ। ତାଙ୍କ ବିୟୋଗ ପରେ, ତାଙ୍କର ସୁକନ୍ୟା ଆନ୍ନା ଜାର୍ଭିସ୍ ନିଜର ସ୍ନେହମୟୀ ମାଆଙ୍କର ସ୍ମୃତି ରକ୍ଷା ନିମେନ୍ତ ପ୍ରଥମ ଥର ପାଇଁ ପାଳନ କରିଥିଲେ ‘ମାତୃ ଦିବସ’। ଯାହା ଆଜି ବିଶ୍ଵ ମାତୃ ଦିବସ ନାମରେ ନାମିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା