Masthead

ଆନ୍ଦୋଳନ ଜାରି ରହିବ ନା ସ୍ଥଗିତ, ଆଜି ଆସିବ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆନ୍ଦୋଳନ ଜାରି ରହିବ ନା ସ୍ଥଗିତ ରହିବ ଆଜି ଆସିବ ନିଷ୍ପତ୍ତି । ଡ୍ରାଇଭର ସଂଘ ଆଜି ନିଷ୍ପତ୍ତି ନେବେ । ଡ୍ରାଇଭରଙ୍କ ଦାବି ପୂରଣ ନେଇ ସରକାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ସଂଘ ପକ୍ଷରୁ କୌଣସି ସୂଚନା ମିଳିନାହିଁ । ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ଡ୍ରାଇଭର ମହାସଂଘ ମୁଖ୍ୟ ଶାସନ ସଚିବଙ୍କ ଆଗରେ ସେମାନଙ୍କର ୧୦ ଦଫା ଦାବି ଉପସ୍ଥାପନ କରିଥିଲେ ।

ସରକାର ତିନି ମାସରେ ଦାବି ଗୁଡ଼ିକର ସମାଧାନ ପାଇଁ ପ୍ରତିଶ୍ରୁତ ଦେଇଛନ୍ତି । ତେବେ ଡ୍ରାଇଭର ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର ନେଇ ସୂଚନା ଦେଇନାହିଁ । ଆଜି ହୁଏତ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ସ୍ଥଗିତ ରଖିପାରନ୍ତି । ସେପଟେ ଡ୍ରାଇଭରଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଘରୋଇ ବସ୍ ମାଲିକ ସଂଘ ଏକ ବଡ଼ ନିଷ୍ପତ୍ତି ନେଇଛି । ଆଜି ଠାରୁ ରାଜ୍ୟରେ ବସ୍ ଚଳାଚଳ ନେଇ ସୂଚନା ଦେଇଛି । ରାଜ୍ୟରେ କେତେକ ସ୍ଥାନରେ ଡ୍ରାଇଭର ମାନେ ଏବେ ବି ଆନ୍ଦୋଳନ ଜାରି ରଖିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ