Masthead

ସୃଷ୍ଟି ହେଲା ଗଭୀର ଅବପାତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ଗଭୀର ଅବପାତ । ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ । ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ । ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା । ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ । ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ । ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା ।

ଅକ୍ଟୋବର ୨୮ ତାରିଖରେ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମ୍‌ଡି । ଦକ୍ଷିଣ ଓଡ଼ିଶାରେ ଏହାର ବଡ଼ ପ୍ରଭାବ ପଡ଼ିବ । ଖାଲି ଦକ୍ଷିଣ ନୁହେଁ, ଉପକୂଳ ଓଡ଼ିଶାରେ ମଧ୍ୟ ୩ ଦିନ ଧରି ପ୍ରବଳ ବର୍ଷିବ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମକୁ ରେଡ ୱାଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଭିତରେ ଗତି କରୁଛି ଅବପାତ ।୨୮ତାରିଖ ସନ୍ଧ୍ୟାରୁ ରାତି ଭିତରେ ଆନ୍ଧ୍ରପ୍ରଦେଶ ଉପକୂଳ ଛୁଇଁବ । ମଛଲିପଟ୍ଟନମ୍‌ ଓ କଳିଙ୍ଗପଟ୍ଟନମ୍ ମଧ୍ୟରେ କାକିନଡ୍ଡା ନିକଟରେ ସ୍ଥଳଭାଗ ଅତିକ୍ରମ କରିବ । ଏହି ସମୟରେ ପବନର ବେଗ ୯୦ରୁ ୧୦୦ କିମି ରହିବ । ଆଜି ବାତ୍ୟାର ଗତିପଥ ନେଇ ଆହୁରି ଚିତ୍ର ସ୍ପଷ୍ଟ ହେବ । ସ୍ଥଳଭାଗ ଛୁଇଁଲେ ମଧ୍ୟ ଓଡ଼ିଶା ଉପରେ ଏହାର ବ୍ୟାପକ ପ୍ରଭାବ ପଡିବ । ଓଡ଼ିଶାରେ ବଡ଼ ବର୍ଷା ହେବ । ୪ ଦିନ ପ୍ରବଳ ବର୍ଷିବ ।

ପାଣିପାଗ ବିଭାଗର ଆକଳନ ଅନୁସାରେ ରାଜ୍ୟରେ ୨୭ରୁ ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅକ୍ଟୋବର ୨୮ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷିବ । ଏଥିସହ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଳାରେ ପବନର ବେଗ ଅଧିକ ରହିବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୯ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ୩୦ରେ ମଧ୍ୟ ବର୍ଷା ଲାଗି ରହିବ । ପାଣିପାଗ ବିଭାଗର ଆକଳନକୁ ନେଇ ସତର୍କ ହୋଇଛନ୍ତି ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି