Masthead

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଉଡ଼ିଲା ଡ୍ରୋନ୍‌ । ଆଜି ଭୋର ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଘର ଉପରେ ଡ୍ରୋନ୍‌ ଉଡ଼ୁଥିବା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଛି। ‌ ଡ୍ରୋନ ଉଡୁଥିବା ଦେଖିଥିଲେ ସୁରକ୍ଷା ଦାୟିତ୍ୱରେ ଥିବା ଏସପିଜି । ଏନେଇ ଏସପିଜି, ଦିଲ୍ଲୀ ପୋଲିସ୍‌କୁ ସୂଚନା ଦେବା ପରେ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। କିଏ ଓ କାହିଁକି ଡ୍ରୋନ୍‌ ଉଡ଼ାଇ ଥିଲା ସେସମ୍ପର୍କରେ କିଛି ଜଣାପଡ଼ି ନାହିଁ । ଏପରିକି ପୋଲିସ୍‌ ହାତରେ କୌଣସି ଡ୍ରୋନ୍‌ ମଧ୍ୟ ଲାଗି ନାହିଁ। ଏନେଇ ଛାନ୍‌ଭିନ୍‌ ଚାଲିଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ଓ ଏହାର ଆଖପାଖ ଅଞ୍ଚଳ ନୋ ଫ୍ଲାଇଂ ଜୋନ୍‌ରେ ଥିବା ବେଳେ, ଏହି ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନେକ ପ୍ରଶ୍ନ ଉଠିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ