Masthead

ମନୀଷ ମୃତ୍ୟୁ ମାମଲାରେ ବଡ଼ ଖୁଲାସା: ସାଙ୍ଗ ସାଜିଲେ ହତ୍ୟାକାରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିନ ଯେତିକି ଗଡ଼ୁଛି ମନୀଷ ମୃତ୍ୟୁ ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ବରିଷ୍ଠ ସାମ୍ବାଦିକ ମନୀଷଙ୍କ ମୃତ୍ୟୁ ପଛରେ କିଏ? କିଭଳି ହୋଇଥିଲା ମନୀଷଙ୍କ ମୃତ୍ୟୁ? କିଏ ତାଙ୍କୁ ମାରି ପୋଖରୀରେ ଫିଙ୍ଗି ଦେଇଥିଲା? କେଉଁ କାରଣ ଯୋଗୁଁ ତାଙ୍କୁ ହତ୍ୟା କରାଯାଇଥିଲା? ତାହାର ବଡ଼ ଖୁଲାସା କରିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ। ମନୀଷଙ୍କ ମୃତ୍ୟୁ ପଛରେ ରହିଛି ତାଙ୍କ ସାଙ୍ଗମାନଙ୍କର ହାତ । ତାଙ୍କରି ସାଙ୍ଗମାନେ ହିଁ ମନୀଷଙ୍କୁ ହତ୍ୟା କରିଥିବା ନେଇ ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି।

ପ୍ରଥମେ ମନୀଷ ତିନି ଜଣ ସାଙ୍ଗ ସହ ଭୋର ସମୟରେ ପାତ୍ରପଡ଼ା ଅଞ୍ଚଳର ହୋଟେଲକୁ ଯାଇଥିଲେ। ହୋଟେଲରେ ବିଲ୍ ପେମେଣ୍ଟକୁ ନେଇ ସେମାନଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ପରେ ହୋଟେଲ ବାହାରେ ମନୀଷଙ୍କୁ ତାଙ୍କ ବନ୍ଧୁମାନେ ଆକ୍ରମଣ କରିଥିଲେ। ପରେ ଅମ୍ରିତ, ଦୀନେଶ ଏବଂ ମୃତ୍ୟୁଞ୍ଜୟ ମନୀଷଙ୍କୁ ଆକ୍ରମଣ କରିଥିଲେ। ଗଣ୍ଡଗୋଳ ଏବଂ ଠେଲାପେଲା ଯୋଗୁଁ ମନୀଷଙ୍କ ମୃତ୍ୟୁ ହୋଇଛି ବୋଲି ଡିସିପି ଉମାଶଙ୍କର ଦାସ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହାପରେ ମୃତ୍ୟୁ ପରେ ପ୍ରମାଣ ନଷ୍ଟ କରିବାକୁ ଯାଇ ତାଙ୍କ ମୃତଦେହକୁ ପାଖ ପୋଖରୀରେ ଫିଙ୍ଗିଥିଲେ ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ଗିରଫ ୩ ଜଣ ଅଭିଯୁକ୍ତଙ୍କୁ ରିମାଣ୍ତରେ ଆଣିବାକୁ କୋର୍ଟରେ ଆବେଦନ କରିଛୁ। ଏମାନଙ୍କୁ ରିମାଣ୍ଡରେ ନେଇ ଅଧିକ ଖୋଳତାଡ କରାଯିବ ବୋଲି ଡିସିପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି