Masthead

କେନ୍ଦ୍ରାପଡା ବଜରଙ୍ଗ ଦଳ ପକ୍ଷରୁ ବିଶାଳ ହିନ୍ଦୁ ଏକତା ଶୋଭାଯାତ୍ରା

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ):ଆଜି ପଣାସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ହୁନୁମାନ ଜୟନ୍ତୀ ପାଇଁ ଉସବମୁଖର ସାରା ଓଡ଼ିଶା । ଏହି ଅବସରରେ ସମସ୍ତ ମନ୍ଦିରରେ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ଶ୍ରୀମନ୍ଦିରରେ ମଧ୍ୟ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି । ସକାଳ ଧୂପ ନୀତି ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯାଇଥିଲା। ପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିଜେ କରାଯାଇଥିଲା । ସେହିପରି ପାଟଣାଗଡ ବଜରଙ୍ଗ ଦଳ ତରଫରୁ ଧୁମଧାମରେ ପାଳନ କରାଯାଇଛି ହନୁମାନ ଜୟନ୍ତୀ । ଏହି ଅବସରରେ ବଜରଙ୍ଗ ଦଳ ତରଫରୁ ବ୍ରହ୍ମପୁରା ବଳଦେବ ମନ୍ଦିର ଠାରେ ସାମୂହିକ ହନୁମାନ ଚାଳିସା ପାଠନ ପରେ ପର୍ଶୁରାମ ଛକ ଠାରୁ ପଂଚମୁଖୀ ହନୁମାନ ମନ୍ଦିର ପର୍ୟ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା କରାଯାଇଥିଲା ।

ସେପଟେ ଜୟଶ୍ରୀରାମ ନାରାରେ କମ୍ପିଛି କେନ୍ଦ୍ରାପଡା ଓ ନିମାପଡା । କେନ୍ଦ୍ରାପଡା ବଜରଙ୍ଗ ଦଳ ପକ୍ଷରୁ ବିଶାଳ ହିନ୍ଦୁ ଏକତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନିମାପଡ଼ା ନୂଆ ବସଷ୍ଟାଣ୍ଡ ଠାରୁ ପାଟପୁର କାଳୀ ମନ୍ଦିର ଓ ଯାତ୍ରା ଚାରିଛକ ମହାବୀର ମନ୍ଦିର ଠାରୁ ନୟାହାଟ ପର୍ୟ୍ୟନ୍ତ ଶୋଭାଯାତ୍ରା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ