Masthead

ସାଢେ ୬ ବର୍ଷର ପିଲାକୁ ମାରିଦେଲା ଚିତା

ରାଇଘର (ବଡ଼ ଖବର ବ୍ୟୁରୋ): ବାଘ ଆକ୍ରମଣରେ ରାଇଘର ତୁରୁଡିହି ଗ୍ରାମର ଜଣେ ବାଳକ ମୃତ। ବାଳକଙ୍କ ବୟସ ସାଢ଼େ ୬ ବର୍ଷ ହେବ। ତାଙ୍କ ନାମ ଅମିତ୍ ମର୍କାମ । ତାଙ୍କ ପିତାଙ୍କ ନାମ ନରେନ୍ଦ୍ର ମର୍କାମ। ଅମିତ ପରିବାର ସହ ଛତିଶଗଡ ରାଜ୍ୟର ସିହାୱା ସ୍ଥିତ ଏକ ମନ୍ଦିରକୁ ଦର୍ଶନ ପାଇଁ ଯାଇଥିବା ସମୟରେ ଅଚାନକ ଏକ ଚିତାବାଘ ଆକ୍ରମଣ କରିଥିଲା।

ଜୀବନ ବଞ୍ଚାଇବା ପାଇଁ ସମସ୍ତେ ଦୌଡୁଥିବା ବେଳେ ଅମିତ୍ ବାଘ ହାବୁଡରେ ପଡି ଯାଇଥିଲେ। ବାଘ ତାଙ୍କୁ ଟାଣି ନେଇ ପାହାଡ଼କୁ ଚାଲି ଯାଉଥିବା ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଏବଂ ସିହାୱା ପୋଲିସ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ସିହାୱା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’