Masthead

ମହାରାଷ୍ଟ୍ରର ରାଜନୀତିରେ ଅନେକ ପରିବର୍ତ୍ତନ ହୋଇଛି: ଉଦ୍ଧବ ଠାକରେ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ୨୦୨୪ ନିର୍ବାଚନକୁ ନେଇ ଲାଗି ରହିଛି ଛକାପଞ୍ଝା । ନର୍ବାଚନକୁ ନେଇ ମହାରାଷ୍ଟ୍ର ରାଜନୀତି ସରଗରମ ହୋଇଛି । ଏହାରି ଭିତରେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କୁ ପ୍ରଶଂସା କରିଛନ୍ତି । ସେ ଅଜିତଙ୍କୁ ଜଣେ ସଚ୍ଚୋଟ ଏବଂ ଦକ୍ଷ ପ୍ରଶାସକ ବୋଲି କହିଛନ୍ତି । ଶିବସେନା (ୟୁବିଟି) ଦଳର ମୁଖପାତ୍ର ସାମ୍‌ନାରେ ପ୍ରକାଶିତ ଏକ ସାକ୍ଷାତକାରରେ ଉଦ୍ଧବ ଠାକ୍‌ରେ କହିଛନ୍ତି, ଅଜିତ ପାୱାର ସଚ୍ଚୋଟ ଭାବରେ କାର୍ଯ୍ୟ କରନ୍ତି। ଏମଭିଏ ସରକାରର ଅଂଶ ଥିବାବେଳେ ସେ ତାଙ୍କ ବିଭାଗଗୁଡ଼ିକୁ ଭଲ ଭାବରେ ପରିଚାଳନା କରିଥିଲେ ।

ମୁଁ ଭାବୁଛି ବର୍ତ୍ତମାନର ସରକାରରେ ଏହି ବ୍ୟକ୍ତିଙ୍କଠାରୁ କିଛି ଭଲ ଆସିପାରେ। ବର୍ଷେ ହେବ ମହାରାଷ୍ଟ୍ରର ରାଜନୀତିରେ ଅନେକ ପରିବର୍ତ୍ତନ ହୋଇଛି । ଗତ ବର୍ଷ ଜୁନ ମାସରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଦଳ ଶିବସେନାରେ ବିଦ୍ରୋହ ପରେ ଏମ୍‌ଭିଏ ସରକାର ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଏବଂ ଦଳର ଅଧିକାଂଶ ସଦସ୍ୟ ଏକନାଥ ଶିନ୍ଦେ ଦଳର ନେତୃତ୍ୱ ଗ୍ରହଣ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର