Masthead

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର 

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର  । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି  । ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି  । ୨୪ ଘଣ୍ଟାରେ ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ସମ୍ଭାବନା । ୧୯ ଏବଂ ୨୦ ଆଡକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଦିଗରେ ଗତି କରି ଆହୁରି ଘନୀଭୂତ ହେବ ଲଘୁଚାପ । ଲଘୁଚାର ପ୍ରଭାବରେ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ହେବ । ସକାଳୁ ସକାଳୁ ଭୁବନେଶ୍ୱର, କଟକରେ ବର୍ଷା ଜାରି ରହିଛି । ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି  ଆସନ୍ତାକାଲି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି।  କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜେରି ହୋଇଛି। ଲଘୁଚାପର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି। ବର୍ଷା ଓ ପବନର ପ୍ରଭାବ ଦୃଷ୍ଟିରୁ ସମୁଦ୍ରକୂଳବର୍ତ୍ତୀ ଅଞ୍ଚଳ ସମେତ ପ୍ରଭାବିତ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ