Masthead

୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨/୧୩ ତାରିଖ ବେଳକୁ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ମାତ୍ର ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ କି ନାହିଁ, ସେ ନେଇ ଏବେଠାରୁ ଚିତ୍ର ସ୍ପଷ୍ଟ ନୁହେଁ । ଆଗାମୀ ଦୁଇ ସପ୍ତାହ ପାଇଁ ପାଣିପାଗ ବିଭାଗ ଜାରି କରିଥିବା ବିସ୍ତାରିତ ପୂର୍ବାନୁମାନରୁ ଏହି ସଙ୍କେତ ମିଳିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବରରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିପାରେ ।

ବିଭିନ୍ନ ମଡେଲ୍‌କୁ ବିଶ୍ଳେଷଣ କରି ଆକଳନ କରାଯାଇଛି, ଚଳିତ ସପ୍ତାହ (୮ରୁ ୧୪ ତାରିଖ)ର ଶେଷ ଭାଗକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ଅଛି । ୧୪ରୁ ୨୧ ତାରିଖ ଭିତରେ ରାଜ୍ୟରେ ବର୍ଷା ବଢ଼ିପାରେ । ବିଶେଷ କରି ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିପାରେ । ଏହା ପ୍ରଭାବରେ ଓଡ଼ିଶାରେ ବଡ଼ ବାତ୍ୟା ଅପେକ୍ଷା କାଳବୈଶାଖୀ ବର୍ଷା, ବିଜୁଳି, ଘଡ଼ଘଡ଼ି ସହ ସମୁଦ୍ର ଅଶାନ୍ତ ରହିବା ଓ ଗୁଳୁଗୁଳି ବୃଦ୍ଧି ସମ୍ଭାବନା ଅଧିକ । ୧୦ ତାରିଖବେଳକୁ ଚିତ୍ର ସ୍ପଷ୍ଟ ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ