Masthead

୧୩ ରେ ଲଘୁଚାପ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ପୁଣି ଆସୁଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ। ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା ।  ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ । ୧୨ ଓ ୧୩ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

 ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି ଏହି ଘୂର୍ଣ୍ଣିବଳୟ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ।

ଫଳରେ ରାଜ୍ୟରେ ଭଲ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୧୨ ତାରିଖରୁ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଉଭାନ ହୋଇଥିବା ବେଳେ ଖରା ବଢ଼ିବା ସହିତ ତାପମାତ୍ରା ଓ ଗୁଳୁଗୁଳିର ପ୍ରଭାବ ପରିଲକ୍ଷିତ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ