Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୩ରେ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି ଘନୀଭୂତ ହୋଇ ଅବପାତରେ ପରିଣତ ହେବ । କାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ୨୩ରେ ସାମୁଦ୍ରିକ ଝଡ଼ରେ ପରିଣତ ହେବ । ୨୪ରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ଏହି ସମ୍ଭାବ୍ୟ ବାତ୍ୟା ନାଁ ‘ଦାନା’ ରଖାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ।

କେତେକ ସ୍ଥାନରେ ପ୍ରବଳ ଓ ଆଉ କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି। ଆଜି ସକାଳେ ପାରାଦୀପ , ଗୋପାଳ ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଥିବା ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ