Masthead

ସାପକୁ କାମୁଡ଼ି ମାରିଦେଲେ

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ସର୍ପ ଆଘାତର ଆହତ ହୋଇ ସାପ କୁ କାମୁଡିଲେ ଯୁବକ ।ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ତଳି ଦାନଗଦି ବ୍ଲକ ଶାଳିଜଙ୍ଗା ପାଞ୍ଚୟତ ଗମ୍ଭାରୀପାଟିଆ ଗ୍ରାମ ରେ । ଏହି ଗ୍ରାମରେ ରହୁଥିବା ଜୁରା ବଦରା ଙ୍କ ପୁଅ କିଶୋର ବଦରା ଗୁରୁବାର ସନ୍ଧ୍ୟା ୬ଟାରେ ଚାଷ ଜମି ରୁ ଫେରିବା ସମୟରେ ତାଙ୍କୁ ସର୍ପଘାତ କରିଥିଲେ । ପରେ କିଶୋର ନିଜେ ସାପ ଟିକୁ କାବୁ କରିଥିଲେ ।

ଏହାକୁ ଦେଖିବା ମାତ୍ରେ କିଶୋର ସଙ୍ଗେ ସଙ୍ଗେ ପ୍ରତିଶୋଧ ପରାୟଣ ହୋଇ ସାପଟିକୁ ଅତି ନିର୍ମମ ଭାବେ କାମୁଡି କାମୁଡି ମାରିଦେବା ସହ ତା ରକ୍ତ କୁ ପିଇ ଦେଇଥିଲେ । ପରେ ଘରକୁ ଫେରି ତାଙ୍କ ସ୍ତ୍ରୀ କୁ ଏ କଥା ଜଣାଇଥିଲେ ଓ ହାତ ରେ ସାପ ଟି କୁ ଧରି ଗାଁ ରେ ବୁଲୁଥିବା ବେଳେ ଲୋକମାନେ ଏହାକୁ ଦେଖିବାକୁ ପାଇଥିଲେ ।

ସେ ଅନ୍ଧ ବିଶ୍ୱାସ ର ବଶବର୍ତ୍ତୀ ହୋଇ ଗୁଣିଆ ପାଖକୁ ଯାଇ ଝଡ଼ା ଫୁଙ୍କା ଆରମ୍ଭ କରିଥିଲେ।କିନ୍ତୁ ମେଡିକାଲ ଯାଇ ନ ଥିଲେ । ପରେ ସେ ଗାଁ ପାଖ ଗଳିସନ୍ଧି ନାମକ ଏକ ସ୍ଥାନକୁ ଯାଇ ଝଡାଫୁଂକା କରିଥିବା କହିଛନ୍ତି । ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ