Masthead

ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ସ୍ୱାମୀ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଜିଲ୍ଲା ଲଖନପୁର ଥାନା ବଣିପାହାଡ଼ ନିକଟ ପଡିଆରେ ଏକ କାରରୁ ବାପା, ମା ଏବଂ ନାବାଳିକା ଝିଅର ମୃତଦେହ ଠାଵ ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ହେଲେ ଓରିଏଣ୍ଟ ଥାନା ଅଂଚଳ କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ, ଏବଂ ଝିଅ ଅର୍ପିତା ରାୟ । ସମସ୍ତ ମୃତକଙ୍କ ମୁଣ୍ଡରେ ଗୁଳି ବାଜିଥିବା ଚିହ୍ନ ରହିଛି ।

କାରରେ ମଧ୍ୟ ଗୁଳି ଦାଗ ରହିଛି । ବାପା ସୁଜିତ ରାୟ ସ୍ତ୍ରୀ ଏବଂ ଛୁଆକୁ ଗୁଳି କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ନେଇ ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି । କାର, ଏବଂ ବନ୍ଧୁକକୁ ପୋଲିସ ଜବତ କରିଛି । ସାଇଣ୍ଟିଫିକ ଟିମ ଉପସ୍ଥିତରେ ସବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି