Masthead

ଯାତ୍ରା ଦେଖି ଯାଇଥିବାବେଳେ ଚାଲିଗଲା ଜୀବନ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ମାମୁଁଘର ଗାଁକୁ ଯାତ୍ରା ଦେଖିବାକୁ ଯାଇଥିବାବେଳେ ଅଘଟଣ । ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବାବେଳେ ଖୋଲା କୂଅରେ ପଡି ଜଣେ ନାବାଳକର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କାମାକ୍ଷାନଗର ଥାନା ସରଦେଇପୁର ଗାଁରେ । ମୃତ ନାବାଳକ ଜଣଙ୍କ ତୁମୁସିଙ୍ଗା ଥାନା ବୋଲୁଅ ଗାଁର ବିରଞ୍ଚି ନାୟକଙ୍କ ପୁଅ ଶୁଭମ ନାୟକ । ଗତକାଲି ଶୁଭମ ମାମୁଁ ଘରକୁ ନିଜ ପରିବାର ଲୋକଙ୍କ ସହିତ ଯାତ୍ରା ଦେଖିବାକୁ ଯାଇଥିଲେ ।

ବିଳମ୍ବିତ ରାତିରେ ଯାତ୍ରା ଚାଲିଥିବାବେଳେ ପରିଶ୍ରା କରିବାକୁ ଆସିଥିବା ବେଳେ ପାଖରେ ଥିବା ଏକ ଖୋଲା କୂଅରେ ଖସି ପଡ଼ିଥିଲେ । ପରିବାର ଲୋକେ ବହୁ ଖୋଜା ଖୋଜି କରିଥିଲେ ମାତ୍ର ଶୁଭମଙ୍କ କୌଣସି ପତ୍ତା ପାଇନଥିଲେ । ଆଜି ସକାଳେ ଗ୍ରାମବାସୀ ଶୁଭମଙ୍କ ମୃତଦେହ କୂଅରେ ଭାସୁଥିବାର ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କ ମୃତଦେହ କୂଅରୁ ଉଦ୍ଧାର କରାଯାଇଥିଲା । ଖବର ପାଇ କାମାକ୍ଷାନଗର ପୋଲିସ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି