Masthead

ରଖେ ହରି ମାରେ କିଏ, ୩୦ ଫୁଟ କୂଅରୁ ଉଦ୍ଧାର ହେଲା ଦେଢ଼ ବର୍ଷର ଶିଶୁ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ୩୦ ଫୁଟ ଗଭୀର କୂଅରୁ ଦେଢ଼ ବର୍ଷର ଝିଅକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ପଦମପୁର ଗାଁରେ ଘଟିଛି ଏଭଳି ଘଟଣା । ଗତକାଲି ସନ୍ଧ୍ୟାରେ ଜିତେନ୍ଦ୍ର ବିଶ୍ୱାଳଙ୍କ ଦେଢ଼ ବର୍ଷର ଝିଅ ଆଦ୍ୟାଶା ଖେଳୁଥିବା ସମୟରେ ଗଭୀର କୂଅ ଭିତରେ ପଡିଯାଇଥିଲା । ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବଲାଙ୍ଗିର ଅଗ୍ନିଶମ ବାହିନୀ ପଦମପୁର ଗାଁରେ ପହଞ୍ଚିଥିଲେ । ଏବଂ କୂଅ ଭିତରୁ ଝିଅକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଏହା ପରେ ଉଦ୍ଧାର ଝିଅକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲା । ଝିଅଟି ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣା ପଡିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ