Masthead

ରଖେ ହରି ମାରେ କିଏ, ୩୦ ଫୁଟ କୂଅରୁ ଉଦ୍ଧାର ହେଲା ଦେଢ଼ ବର୍ଷର ଶିଶୁ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ୩୦ ଫୁଟ ଗଭୀର କୂଅରୁ ଦେଢ଼ ବର୍ଷର ଝିଅକୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ବଲାଙ୍ଗିର ଜିଲ୍ଲା ପୁଇଁତଳା ଥାନା ପଦମପୁର ଗାଁରେ ଘଟିଛି ଏଭଳି ଘଟଣା । ଗତକାଲି ସନ୍ଧ୍ୟାରେ ଜିତେନ୍ଦ୍ର ବିଶ୍ୱାଳଙ୍କ ଦେଢ଼ ବର୍ଷର ଝିଅ ଆଦ୍ୟାଶା ଖେଳୁଥିବା ସମୟରେ ଗଭୀର କୂଅ ଭିତରେ ପଡିଯାଇଥିଲା । ଏନେଇ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବଲାଙ୍ଗିର ଅଗ୍ନିଶମ ବାହିନୀ ପଦମପୁର ଗାଁରେ ପହଞ୍ଚିଥିଲେ । ଏବଂ କୂଅ ଭିତରୁ ଝିଅକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ । ଏହା ପରେ ଉଦ୍ଧାର ଝିଅକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲା । ଝିଅଟି ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣା ପଡିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’