Masthead

ବ୍ଲାକ ଫଙ୍ଗସ ପାଇଁ ୭ ଜଣିଆ କମିଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବ୍ଲାକ ଫଙ୍ଗସ ପାଇଁ ଗଠନ ହେଲା କମିଟି । ୭ଜଣିଆ ବିଶେଷଜ୍ଞ ଟିମ୍ ଗଠନ କଲେ ରାଜ୍ୟ ସରକାର । ଏସସିବିର ମାଇକ୍ରୋବାୟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ନିରୁପମା ଚଇନିଙ୍କୁ କମିଟିର ଅଧ୍ୟକ୍ଷ ଦାୟିତ୍ୱ ଦିଅଯାଇଛି । ଏହାସହ କମିଟିରେ ମେଡିସିନ, ଇଏନଟି, ଛାତି ରୋଗ ବିଭାଗ କମିଟିରେ ମୁଖ୍ୟ ସଦସ୍ୟ ଅଛନ୍ତି । ଏହି କମିଟି ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ଲାକ ଫଙ୍ଗସ ରୋଗୀଙ୍କ ତର୍ଜମା କରିବ । ତ୍ୱରିତ ରୋଗ ଚିହ୍ନଟ ଓ ପରିଚାଳନା ନେଇ ଗାଇଡଲାଇନ ମଧ୍ୟ ପ୍ରସ୍ତୁତ କରିବ ।

କରୋନାର କାୟା ଦିନକୁ ଦିନ ବଢୁଥିବା ବେଳେ ବର୍ତ୍ତମାନ ରାଜ୍ୟରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି । କରୋନାରୁ ସୁସ୍ଥ ହେବା ପରେ ରୋଗୀମାନେ ବର୍ତ୍ତମାନ ବ୍ଲାକ ଫଙ୍ଗସରେ ଆକ୍ରାନ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହି କମିଟି ବ୍ଲାକ ଫଙ୍ଗସ ରୋଗୀଙ୍କୁ ଚିହ୍ନଟ କରିବା ସହିତ ସେମାନଙ୍କ ପାଇଁ ଗାଇଡ଼ଲାଇନ ତିଆରି କରିବ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ