Masthead

ଅଡୁଆରେ ବାଣପୁର ଥାନା ପୋଲିସ

ବାଣପୁର (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା । ଚୋରା ମଦ କାରବାର କୁନେଇ ବାଣପୁର ବିଜ୍ଞାପିତ ଅଂଚଳ ଦାଶରଥିପୁରର ଛବିନ୍ଦ୍ର ନାୟକଙ୍କୁ ପୋଲିସ ଗତକାଲି ରାତିରେ ଉଠାଇ ନେଇଥିଲା । ଆଜି ସକାଳେ ହଠାତ ବାଣପୁର ପୋଲିସ ରବୀନ୍ଦ୍ରଙ୍କୁ ବାଣପୁର ଡାକ୍ତରଖାନାକୁ ଆଣିଥିବା ବେଳେ ରବୀନ୍ଦ୍ରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବାଣପୁର ସରକାରୀ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା ।

ହଠାତ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରିଥିଲେ । ରାସ୍ତାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ତେବେ ରବୀନ୍ଦ୍ର ଗୁରୁତର ଥିବାବେଳେ ତାଙ୍କୁ ପୋଲିସ ଆମ୍ବୁଲାନ୍ସରେ ନନେଇ କାହିଁକି ପୋଲିସ ଭ୍ୟାନରେ ନେଲା ତାହାକୁ ନେଇ ସାଧାରଣରେ ଆଲୋଚନା ଚାଲିଛି । ଏ ନେଇ ପୋଲିସ କିମ୍ବା ତାଙ୍କ ପରିବାରରୁ କୌଣସି ସୂଚନା ଏଯାବତ ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା