Masthead

ଆସୁଛି ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ରହିଛି । ପାରାଦୀପଠୁ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ । ଆଗାମୀ ୧୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି । ବାତ୍ୟା ବାଂଲାଦେଶ ଉପକୂଳ ମୁହାଁ ହେବା ସମ୍ଭାବନା । ୨୫ରେ ଖେପୁପରା ଓ ଚିଟ୍ଟାଗଙ୍ଗ ମଧ୍ୟରେ ଉପକୂଳ ଛୁଇଁବ । ତେବେ ଏହି ବାତ୍ୟାର ନାଁ ରହିବ ‘ହମୁନ୍‌’।

ଦୁଇଦିନ ପର୍ଯ୍ୟନ୍ତ ଏହା ବଙ୍ଗୋପସାଗରରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିବା ସହ ୨୬ ତାରିଖ ଯାଏ ସମୁଦ୍ର ଅଧିକ ଅଶାନ୍ତ ରହିବ। ସେ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। କିନ୍ତୁ ସୋମବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଉପକୂଳରେ ପବନ ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ସହିତ ଉପକୂଳ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ସହିତ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲା, ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲା ଏବଂ ବାକିସବୁ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ଏଥିସହିତ ବୁଧବାର ୨୫ ତାରିଖରେ ମୟୂରଭଞ୍ଜ ଓ ଢେଙ୍କାନାଳ ସହିତ ଉପକୂଳ ଓଡ଼ିଶାର କିଛି ଜିଲା ଏବଂ ଗୁରୁବାର ୨୬ରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ