Masthead

ଜାମ୍ମୁ ଓ କାଶ୍ମୀର ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ

(ବଡ଼ ଖବର ବ୍ୟୁରୋ): ଜାମ୍ମୁ ଓ କାଶ୍ମୀରର ଦୁଇଟି ଅଞ୍ଚଳରେ ଏନ୍‌କାଉଣ୍ଟର । ଅନନ୍ତନାଗ ଓ ବାନ୍ଦିପୋରା ଅଞ୍ଚଳରେ ଏନ୍‌କାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଅନନ୍ତନାଗରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । । ଆତଙ୍କବାଦୀଙ୍କ ଗୁଳିରେ ଜଣେ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି । କିଛି ଦିନ ହେବ କାଶ୍ମୀରରେ ସିଲେକ୍ଟିଭ୍ କିଲିଂ କରୁଥିବା ଆତଙ୍କବାଦୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଉଦ୍ୟମ ଚଳାଇଛି । ଅନ୍ୟପଟେ କାଶ୍ମୀରରେ ଅନେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଥିବା ମଧ୍ୟ କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ