Masthead

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହା ବାୟୁ ମଣ୍ଡଳରେ ସମୁଦ୍ର ପତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବ ରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ବର୍ଷାା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କୁହାଯାଇଛି । ପାଣପାଗ ବିଭାଗ ସୁଚନା ମୁତାବକ ଆସନ୍ତାକାଲି ପୁରୀ, ଜଗତସିଂପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଓ ପରଗଡ଼ ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ହେତୁ ଆକସ୍ମିକ ବନ୍ୟା ସ୍ଥିତି ଉପୁଜିପାରେ ।ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସପ୍ତାହେ ପର୍ଯ୍ୟନ୍ତ ଅର୍ଥାତ ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତି ଭାରି ବର୍ଷା ହେବାର ସମ୍ଭାବନା କମ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ